Below header

ପୁରୀ ପୌରପାଳିକା ଜମି ସମସ୍ୟା ସଂପର୍କରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି, ସର୍ତ୍ତାବଳୀ ଅନୁଯାୟୀ ପୌରପାଳିକା ଲିଜ୍ ଜମି ନିୟମିତ ହେବ

ଉପଯୁକ୍ତ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ପୁରୀ ପୌରପାଳିକା ଲିଜ୍ ଜମି ନିୟମିତ ହେବ । ୨୦ ଦିନରେ ସର୍ଭେ କାମ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଧାର୍ଯ୍ୟ ସମୟ ଭିତରେ ସରିବ କାମ ।

କେନ୍ୟୁଜ୍(ବ୍ୟୁରୋ): ପୁରୀ ଓ ନୟାଗଡ ଜିଲ୍ଲାର ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ସମୀକ୍ଷା । ଫାଇଭ୍ ଟି ସଚିବ ପୁରୀ ଓ ନୟାଗଡ଼ ଜିଲ୍ଲା ଗସ୍ତରେ ଯାଇ ଲୋକଙ୍କଠାରୁ ବିଭିନ୍ନ ଅଭିଯୋଗପତ୍ର ଗ୍ରହଣ କରିଥିଲେ । ସେସବୁ ଉପରେ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିସ୍ତୃତ ଆଲୋଚନା ପରେ ବିଭିନ୍ନ ନିଷ୍ପତ୍ତି ନିଆଯାଇଛି ।

ପୁରୀ ପୌରପାଳିକା ଜମି ସମସ୍ୟା ସଂପର୍କରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହୋଇଛି । ଉପଯୁକ୍ତ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ପୁରୀ ପୌରପାଳିକା ଲିଜ୍ ଜମି ନିୟମିତ ହେବ । ୨୦ ଦିନରେ ସର୍ଭେ କାମ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଧାର୍ଯ୍ୟ ସମୟ ଭିତରେ ସରିବ କାମ । ଏଥିପାଇଁ ଜିଲ୍ଲାପାଳଙ୍କୁ ଆବଶ୍ୟକ ଅତିରିକ୍ତ ରାଜସ୍ବ ଅଧିକାରୀ ଯୋଗାଇ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି । ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଓ ପୌରପାଳିକା ନିୟମ ଅନୁସାରେ ଆବଣ୍ଟିତ ଲିଜ୍ ନିୟମିତ କରିବା ପାଇଁ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନମାନଙ୍କ ଉପରେ ଉପଯୁକ୍ତ ଦେୟ ଧାର୍ଯ୍ୟ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.