ଆଜି ବସିବ ୨୦୨୩ର ପ୍ରଥମ ରାଜ୍ୟ କ୍ୟାବିନେଟ୍ ବୈଠକ, ୧୦ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର (କେନ୍ୟୁଜ): ଆଜି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ବୈଠକରେ ବିଭିନ୍ନ ବିଭାଗର ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ନିଷ୍ପତ୍ତି ନିଆଯିବାକୁ ପ୍ରସ୍ତାବ ଥିବା ଜଣାପଡିଛି। ୧୦ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର।
ଲୋକସେବା ଭବନରେ ପୂର୍ବାହ୍ନରେ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ଭର୍ଚୁଆଲରେ ଯୋଗ ଦେବେ। ୨୦୨୩ରେ ଏହା ପ୍ରଥମ କ୍ୟାବିନେଟ୍ ବୈଠକ।