Below header

ଆଜି ଶାରଦୀୟ ଦୁର୍ଗାପୂଜାର ଶେଷ ଦିନ, ରାଜଧାନୀର ୬ଟି ସ୍ଥାନରେ ହେବ ରାବଣ ପୋଡ଼ି

ପବିତ୍ର ବିଜୟା ଦଶମୀରେ ପୀଠ ଓ ମଣ୍ଡପରେ ମା’ଙ୍କ ହେଉଛି ମହାପୂଜା । ଏହି ଅବସରରେ ଆଜି ବିଭିନ୍ନ ପୂଜା ମଣ୍ଡପରେ ରାବଣ ପୋଡ଼ିର ଆୟୋଜନ ମଧ୍ୟ କରାଯାଇଛି । ତେବେ ଅଗ୍ନିଶମ ବିଭାଗ ପକ୍ଷରୁ ରାଜଧାନୀରେ ରାବଣ ପୋଡି ପାଇଁ ୬ଟି ସ୍ଥାନକୁ ଅନୁମତି ମିଳିଛି ।

ଭୁବନେଶ୍ୱର (କେନ୍ୟୁଜ): ଧର୍ମ ଉପରେ ଧର୍ମର ଜୟ । ଅସତ୍ୟ ଉପରେ ସତ୍ୟର ବିଜୟ । ଦୁର୍ଗତୀନାଶିନୀ ମା’ ଦୁର୍ଗାଙ୍କ ଆଜି ଦଶହରା ବା ବିଜୟା ଦଶମୀ । ଗାଁଠୁ ସହର, ସବୁଠି ଦଶଭୂଜାଙ୍କ ଆରାଧନା । ପବିତ୍ର ବିଜୟା ଦଶମୀରେ ପୀଠ ଓ ମଣ୍ଡପରେ ମା’ଙ୍କ ହେଉଛି ମହାପୂଜା । ଏହି ଅବସରରେ ଆଜି ବିଭିନ୍ନ ପୂଜା ମଣ୍ଡପରେ ରାବଣ ପୋଡ଼ିର ଆୟୋଜନ ମଧ୍ୟ କରାଯାଇଛି ।

ତେବେ ଅଗ୍ନିଶମ ବିଭାଗ ପକ୍ଷରୁ ରାଜଧାନୀରେ ରାବଣ ପୋଡି ପାଇଁ ୬ଟି ସ୍ଥାନକୁ ଅନୁମତି ମିଳିଛି । ଝାରପଡ଼ା, ବରମୁଣ୍ଡା, ନହାରକଣ୍ଟା, କୋରଡ଼କଣ୍ଟା, ଛତାବର ଓ ତମାଣ୍ଡୋକୁ ରାବଣ ପୋଡି ପାଇଁ ଅନୁମତି ମିଳିଛି। ଜନଗହଳିପୂର୍ଣ୍ଣ ତଥା ଲୋକେ ବସବାସ କରୁଥିବା ଅଞ୍ଚଳକୁ ଏଥର ଅନୁମତି ମିଳିନାହିଁ।ସନ୍ଧ୍ୟା ୭.୩୦ ରୁ ରାତି ୯ ଭିତରେ ଶେଷ ହବ ରାବଣ ପୋଡ଼ି। ନିର୍ଦ୍ଧିଷ୍ଟ ଡେଶିବେଲ ଓ ବ୍ରାଣ୍ଡର ବାଣ ଫୁଟାଇବା ଅନୁମତି ମିଳିଛି । ସେହିପରି ମାନସିକ ଓ ହୃଦ୍ ରୋଗୀ , ବୟସ୍କ ଲୋକଙ୍କୁ ରାବଣ ପୋଡ଼ି ସ୍ଥାନକୁ ଯିବାକୁ ବାରଣ କରାଯାଇଛି । ଛୋଟ ପିଲାଙ୍କୁ ନ ଆଣିବା ପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ସୂଚନା ମିଳିଛି।

ତେବେ ରାବଣପୋଡି ସ୍ଥାନରେ ଗୋଟିଏ ଅଗ୍ନିଶମ ଟିମ୍ ସହ ୭ ଜଣ କର୍ମଚାରୀ ଉପସ୍ଥିତ ରହିବେ। ଜଣେ ଫାୟାର ଅଫିସରଙ୍କ ନେତୃତ୍ୱରେ ଏହି ଟିମ୍ ମଣ୍ଡପ ନିକଟରେ ନିୟୋଜିତ ହେବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.