Below header

ଜାନୁଆରୀ ୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଟ୍ରଷ୍ଟ ବୋର୍ଡ ଓ ସେବାୟତଗଣ

ଜାନୁଆରୀ ୨୭ରେ ସମ୍ବଲପୁରର ମାଆ ସମଲେଇ ପ୍ରକଳ୍ପର ଲୋକାର୍ପଣ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଟ୍ରଷ୍ଟ ବୋର୍ଡ ଓ ସେବାୟତ । ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ ।

ସମ୍ବଲପୁର (କେନ୍ୟୁଜ): ଜାନୁଆରୀ ୨୭ରେ ସମ୍ବଲପୁରର ମାଆ ସମଲେଇ ପ୍ରକଳ୍ପର ଲୋକାର୍ପଣ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଟ୍ରଷ୍ଟ ବୋର୍ଡ ଓ ସେବାୟତ । ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ । ମାଆଙ୍କ ପୀଠର ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଧନ୍ୟବାଦ ଦେଇଥିଲେ। ଲୋକାର୍ପଣ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡିଆ ଦିଆଯିବ । ସବୁ ଘରୁ ମା’ଙ୍କ ପାଇଁ ସିନ୍ଦୁର ଆସିବ। ମା’ଙ୍କ କାମରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

5T ଅଧ୍ୟକ୍ଷ ପାଣ୍ଡିଆନ କହିଥିଲେ ଯେ ମା’ଙ୍କ ଆଶୀର୍ବାଦରୁ ସବୁ କାମ ଭଲରେ ଭଲରେ ଚାଲିଛି ଏବଂ ଆଗକୁ ମଧ୍ୟ ସବୁ କାମ ଭଲରେ ହେବ। ସମସ୍ତଙ୍କ ସହଯୋଗରେ ରୂପାନ୍ତର କାମ ଜାରି ରହିବ। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ମନ୍ଦିର ଷୋଡଶ ଶତାଦ୍ଦୀର ଏକ ପ୍ରସିଦ୍ଧ ପୀଠ। ଏହାର ଉନ୍ନତି ପାଇଁ ୨୦୨୧ ମସିହାରେ ମୁଖ୍ୟମନ୍ତ୍ରୀ ସମଲେଇ ପ୍ରକଳ୍ପ ଆରମ୍ଭ କରିଛନ୍ତି । ଏଥିପାଇଁ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଭକ୍ତ ମାନଙ୍କ ପାଇଁ ଏକ ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି । ମୁଖ୍ୟମନ୍ତ୍ରୀ ଙ୍କୁ ନିମନ୍ତ୍ରଣ ପୂର୍ବରୁ ସେମାନେ ମାଆ ସମଲେଶ୍ବରୀଙ୍କୁ ପୂଜା କରି ମାଆ ପାଟଣେଶ୍ୱରୀ, ଦଶମତୀ, ବାଟ ମଙ୍ଗଳା, ବାବା ସୋମନାଥଙ୍କୁ ଏବଂ ଭୁବନେଶ୍ଵରରେ ପ୍ରଭୁ ଲିଙ୍ଗରାଜଙ୍କୁ ନିମନ୍ତ୍ରଣ କରିଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.