Below header

ଆସନ୍ତା କାଲି ସମଲେଇ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ, ନିୟୋଜିତ ହେବ ୩୫ ପ୍ଲାଟୁନ ଫୋର୍ସ

ସଜେଇ ହେଉଛି ସମଲେଶ୍ୱରୀ ପୀଠ । ଆସନ୍ତା କାଲି ବହୁ ପ୍ରତୀକ୍ଷିତ ସମଲେଇ ପ୍ରକଳ୍ପ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ସମ୍ବଲପୁର ପୋଲିସ ପକ୍ଷରୁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ସମ୍ବଲପୁର (କେନ୍ୟୁଜ): ସଜେଇ ହେଉଛି ସମଲେଶ୍ୱରୀ ପୀଠ । ଆସନ୍ତା କାଲି ବହୁ ପ୍ରତୀକ୍ଷିତ ସମଲେଇ ପ୍ରକଳ୍ପ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ସମ୍ବଲପୁର ପୋଲିସ ପକ୍ଷରୁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ନିୟୋଜିତ ହେବ ୩୫ ପ୍ଲାଟୁନ ଫୋର୍ସ ଓ ୧୫୦ ଜଣ ଅଫିସର। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲ୍ଲାରୁ ବଛା ବଛା ସିନିୟର ଅଫିସରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସମ୍ବଲପୁରରେ ନିୟୋଜିତ କରାଯାଇଛି। ସମ୍ବଲପୁର ସହରର ସୁରକ୍ଷାକୁ ଦୁଇ ଭାଗରେ ବିଭକ୍ତ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ହୋଇଥିବା ବେଳେ ସହରର ସାଧାରଣ ଯାତ୍ରୀ ଓ ପର୍ଯ୍ୟଟକଙ୍କ ପାଇଁ ଅନ୍ୟ ସୁରକ୍ଷା ବ୍ୟବସ୍ଥା ହାତକୁ ନେଇଛି ସମ୍ବଲପୁର ପୋଲିସ ।

ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ୍ ବ୍ୟବସ୍ଥା ମଧ୍ୟ କରାଯାଇଛି । ଲୋକାର୍ପଣ ଦିନ ସନ୍ଧ୍ୟାରେ ସାଂସ୍କୃତିକ ତଥା ଆଧ୍ୟାତ୍ମିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ । ତେବେ କାଲି ଉଦଘାଟନ ଉତ୍ସବ ପାଇଁ ସକାଳ ୯ଟାରୁ ମଧ୍ୟାନ ୨ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ।

ଉତ୍ତରାଞ୍ଚଳ ଆଇଜି ଡ଼କ୍ଟର ଦୀପକ କୁମାର ନିଜେ ଉପସ୍ଥିତ ରହି ସୁରକ୍ଷା ବ୍ୟବସ୍ଥାକୁ ଅନୁଧ୍ୟାନ କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପୋଲିସ ବ୍ରିଫିଙ୍ଗ ଶେଷ ହୋଇଥିବା ବେଳେ କେଉଁ ଅଫିସର କେଉଁ ସ୍ଥାନରେ ନିୟୋଜିତ ହେବେ ତାହା ଆଜି ଓ ଏସପି କ୍ଷେତ୍ରସ୍ଥଳରେ ରହି ଅଫିସରଙ୍କୁ ବୁଝାଇଛନ୍ତି।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.