Below header

ବଢିଲା ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପ୍ରୋତ୍ସାହନ ରାଶି

ବଢିଲା ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପ୍ରୋତ୍ସାହନ ରାଶି। ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ମିଶନ ଶକ୍ତି ଅଧୀନରେ ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଯଥା MBK, CRP-CM, ବ୍ୟାଙ୍କ ମିତ୍ର, ପ୍ରାଣୀ ମିତ୍ର, କୃଷି ମିତ୍ର ଓ ଜୀବିକା ସହାୟିକା କାର୍ଯ୍ୟରତ ଅଛନ୍ତି।

ଭୁବନେଶ୍ୱର : ବଢିଲା ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପ୍ରୋତ୍ସାହନ ରାଶି। ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ମିଶନ ଶକ୍ତି ଅଧୀନରେ ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଯଥା MBK, CRP-CM, ବ୍ୟାଙ୍କ ମିତ୍ର, ପ୍ରାଣୀ ମିତ୍ର, କୃଷି ମିତ୍ର ଓ ଜୀବିକା ସହାୟିକା କାର୍ଯ୍ୟରତ ଅଛନ୍ତି। ପ୍ରୋତ୍ସାହନ ରାଶି ବୃଦ୍ଧି ପରେ MBK, ବ୍ୟାଙ୍କ ମିତ୍ର ଏବଂ ଜୀବିକା ସହାୟିକାମାନେ ମାସିକ ୬୭୫୦ ଟଙ୍କାରୁ ୧୦୭୫୦ ଟଙ୍କା ପାଇବେ।

କୃଷି ମିତ୍ର ଓ ପ୍ରାଣୀ ମିତ୍ରମାନେ ମାସିକ ୩,୭୫୦ ଟଙ୍କା ପରିବର୍ତ୍ତେ ମୋଟ ୬୨୫୦ ଟଙ୍କା ପାଇବେ। CRP-CM ୩୬୦୦ ଟଙ୍କା ପରିବର୍ତ୍ତେ ୬୧୦୦ ଟଙ୍କା ପାଇବେ। ବର୍ଦ୍ଧିତ ପ୍ରୋତ୍ସାହନ ରାଶି ୨୦୨୩ ଅକ୍ଟୋବର ମାସଠାରୁ ପିଛିଲା ଭାବେ ଲାଗୁ ହେବ। ଏ ବାବଦକୁ ରାଜ୍ୟ ସରକାର ୯୬.୫୧ କୋଟି ଅତିରିକ୍ତ ଅର୍ଥ ରାଶିର ବ୍ୟୟ ବରାଦ କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.