ଦାୟିତ୍ବ ନିର୍ବାହ ସମୟରେ ମୃତ୍ୟୁ କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତା ରାଶି ୪ ଲକ୍ଷରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଦାୟିତ୍ୱ ନିର୍ବାହ ସମୟରେ ମୃତ୍ୟୁ କ୍ଷେତ୍ରରେ ସହାୟତା ରାଶିର ପରିମାଣ ୪ ଲକ୍ଷରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।  ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବଢ଼ାଯାଇଛି ।

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟର ସରକାରୀ କର୍ମଚାରୀଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ପରିମାଣ ବୃଦ୍ଧି । ମୁଖ୍ୟମନ୍ତ୍ରୀ ନବୀନ  ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ଦାୟିତ୍ୱ ନିର୍ବାହ ସମୟରେ ମୃତ୍ୟୁ କ୍ଷେତ୍ରରେ ସହାୟତା ରାଶିର ପରିମାଣ ୪ ଲକ୍ଷରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।

ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବଢ଼ାଯାଇଛି । ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.