କାର୍ଯ୍ୟରତ ହାବିଲଦାର, କନେଷ୍ଟବଳ ଓ ସିପାହୀଙ୍କ ପାଇଁ ଖୁସି ଖବର: ଦୈନିକ ଖାଇବା ଭତ୍ତା ବଢାଇଲେ ରାଜ୍ୟ ସରକାର

ରାଜ୍ୟରେ କାର୍ଯ୍ୟରତ ହାବିଲଦାର, କନେଷ୍ଟବଳ ଓ ସିପାହୀଙ୍କ ଖାଦ୍ୟ ଭତ୍ତା ପରିମାଣକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି । ଏହି କର୍ମଚାରୀମାନେ କ୍ରମାଗତ ୮ଘଣ୍ଟା ଓ ତା’ଠୁ ଅଧିକ ସମୟ ଡ୍ୟୁଟି କରିବାବେଳେ ସେମାନଙ୍କୁ ଖାଇବା ବାବଦରେ ଦିଆଯାଉଥିବା ୫୦ଟଙ୍କା ଭତ୍ତାକୁ ୭୫ଟଙ୍କାକୁ ବୃଦ୍ଧି କରାଯାଇଛି ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ କାର୍ଯ୍ୟରତ ହାବିଲଦାର, କନଷ୍ଟେବଳ ଓ ସିପାହୀଙ୍କୁ ନୂଆବର୍ଷ ଭେଟି ଦେଇଛନ୍ତି ରାଜ୍ୟ ସରକାର । ସରକାର ସେମାନଙ୍କର ଦୈନିକ ଖାଇବା ଭତ୍ତା ପରିମାଣକୁ ବୃଦ୍ଧି କରିଛନ୍ତି। ଏହି କର୍ମଚାରୀମାନେ କ୍ରମାଗତ ୮ଘଣ୍ଟା ଓ ତା’ଠୁ ଅଧିକ ସମୟ ଡ୍ୟୁଟି କରିବାବେଳେ ସେମାନଙ୍କୁ ଖାଇବା ବାବଦରେ ଦିଆଯାଉଥିବା ୫୦ଟଙ୍କା। ଯାହାକି ସେମାନଙ୍କ ପାଇଁ ଯଥେଷ୍ଟ ହେଉନଥିଲା। ତେଣୁ ଏହି ଭତ୍ତା ଏବେ ୫୦ରୁ ୭୫ଟଙ୍କାକୁ ବୃଦ୍ଧି କରାଯାଇଛି। ଏନେଇ ଗତକାଲି ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଆଜି ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, କ୍ରମାଗତ ଭାବେ ୮ଘଣ୍ଟାରୁ ଅଧିକ ସମୟ ଧରି ଡ୍ୟୁଟି କରୁଥିବା ଓଡ଼ିଶା ପୋଲିସର ହାବିଲଦାର, କନେଷ୍ଟବଳ ଓ ସିପାହୀ ଖାଦ୍ୟ ଭତ୍ତା ପରିମାଣ ଦୈନିକ ୫୦ଟଙ୍କା ପରିବର୍ତ୍ତେ ଏଣିକି ୭୫ଟଙ୍କା ମିଳିବ। ଏହି ବର୍ଦ୍ଧିତ ଭତ୍ତା ତକ୍ରାଳ ପ୍ରଭାବରୁ ଲାଗୁ ହୋଇଛି। ଏହି ନିଷ୍ପତ୍ତି ଫଳରେ ରାଜ୍ୟର ପ୍ରାୟ ୫୫ହଜାର ହାବିଲଦାର, କନେଷ୍ଟବଳ ଓ ସିପାହୀ ଉପକୃତ ହେବେ। ରାଜ୍ୟ ସରକାରଙ୍କ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତିକୁ ସ୍ବାଗତ କରିଛି ଓଡ଼ିଶା ପୋଲିସ । ଏକ୍ସରେ ପୋଷ୍ଟ କରି ଓଡିଶା ପୋଲିସ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟ ପୋଲିସ ବିଭାଗରେ କାର୍ଯ୍ୟରତ ହାବିଲଦାର , କନଷ୍ଟେବଳ ଏବଂ ସିପାହୀମାନଙ୍କ ପାଇଁ ଖାଦ୍ୟ ପ୍ୟାକେଟ ଭତ୍ତା ବୃଦ୍ଧି କରିଥିବାରୁ ଓଡ଼ିଶା ଗୃହ ବିଭାଗକୁ ହୃଦୟରୁ କୃତଜ୍ଞତା ଜ୍ଞାପନ କରୁଛୁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.