ଭୁବନେଶ୍ୱର (କେନ୍ଯୁଜ୍) : ତୈଳ ତାତି । ଦରରେ ଲାଗୁନି ବ୍ରେକ୍ । ପ୍ରତିବାଦରେ ଆଜି କଂଗ୍ରେସର ଭାରତ ବନ୍ଦ । ୯ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଦଳ । ରାଜ୍ୟରେ ପଡ଼ିଛି ବନ୍ଦ ପ୍ରଭାବ । ସକାଳ ୬ଟାରୁ କଂଗ୍ରେସ ନେତା ଓ କର୍ମୀ ବିଭିନ୍ନ ସ୍ଥାନରେ ପିକେଟିଂ କରି ବନ୍ଦ ପାଳନ କରୁଛନ୍ତି । ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି ଆନ୍ଦୋଳନକାରୀ । ବନ୍ଦ ରହିଛି ଦୋକାନ ବଜାର, ସ୍କୁଲ କଲେଜ । ଗାଡିମୋଟର ଚଳାଚଳ ବି ବନ୍ଦ ରହିଛି । ଭୁବନେଶ୍ୱର ବରମୁଣ୍ଡା ବସ୍ଷ୍ଟାଣ୍ଡାରୁ ବସ୍ ଚଳାଚଳ ଠପ୍ ହୋଇଯାଇଛି। ସେହିପରି ଷ୍ଟେସନରେ ମଧ୍ୟ ଟ୍ରେନ୍ ଅଟକି ରହିଛି। ଫଳରେ ଦୂରଦୂରାନ୍ତରୁ ଆସିଥିବା ଯାତ୍ରୀ ଅଟକି ରହିଛନ୍ତି । ଗାଡ଼ି ମୋଟର ଚାଲୁ ନଥିବାରୁ ବେଶ ହଇରାଣ ହେଉଛନ୍ତି ସାଧାରଣ ଲୋକ । ସକାଳ ୬ରୁ ୩ଟା ପର୍ଯ୍ୟନ୍ତ ୯ ଘଣ୍ଟିଆ ଭାରତ ବନ୍ଦ ପାଳନ କରୁଛି କଂଗ୍ରେସ । ବନ୍ଦ ପାଳନକୁ ଅତ୍ୟାବଶ୍ୟକ ସେବାକୁ ବାଦ୍ ଦିଆଯାଇଛି । ବାମଦଳ ବି ରାଜ୍ୟରେ ବନ୍ଦ ଡାକରା ଦେଇଛି ।
ଭୁବନେଶ୍ୱର(କେନ୍ୟୁଜ୍): ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ…
ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । ରକୁଲ ପ୍ରୀତ ସିଂ, କ୍ରିତି ଖରବନ୍ଦା…
ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ରେଳ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିବା…
ଭୁବନେଶ୍ୱର(କେନ୍ୟୁଜ୍): ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ । ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି…
ଟିମ୍ ଇଣ୍ଡିଆର ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର ବର୍ତ୍ତମାନ ଚର୍ଚ୍ଚାରେ । ଗମ୍ଭୀରଙ୍କ ମେଣ୍ଟରଶିପ୍ରେ କୋଲକାତା ନାଇଟ୍ ରାଇଡର୍ସ (KKR)…
ଭୁବନେଶ୍ୱର(କେନ୍ୟୁଜ୍): ପାରିବାରିକ ମାସିକ ପତ୍ରିକା କାଦମ୍ବିନୀ ପକ୍ଷରୁ ପାଳିତ ହୋଇଯାଇଛି ଆର୍ଟ ଅଫ୍ ଗିଭିଂ ଦିବସ। ଭୁବନେଶ୍ବର ଭରତପୁର ବସ୍ତିରେ…