ବୁଲା ଗାଈ,ଗୋରୁ ଓ କୁକୁରଙ୍କ ଖାଦ୍ୟ ପାଇଁ ଦ୍ବିତୀୟ ପର୍ଯ୍ୟାୟରେ ପୁଣି ୫୫ ଲକ୍ଷ ଟଙ୍କା ସହାୟତା ମଞ୍ଜୁର

ଭୁବନେଶ୍ୱର : କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ, ୪୮ ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏସି ମାନଙ୍କୁ ୫୫ ଲକ୍ଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି ।
ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ ।

ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା ,କଟକ , ସମ୍ବଲପୁର,ରାଉରକେଲା, ଓ ବ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା , ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନ ଏ ସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ । ସୂଚନାଯୋଗ୍ୟ ଯେ ଗତ ୯ ତାରିଖ ଦିନ ଏହି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ଷାଠିଏ ଲଷ ଟଙ୍କା ମଞ୍ଜୁର କରାଯାଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.