କେନ୍ଦ୍ର ଟେଲିକମ୍ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସୂଚନା : ୨୦୨୩ ମାର୍ଚ୍ଚ ସୁଦ୍ଧା ରାଜ୍ୟରେ ମିଳିବ ୫-ଜି ସେବା

ଭୁବନେଶ୍ୱର(କେନ୍ୟୁଜ): ଆସନ୍ତାବର୍ଷ ମାର୍ଚ୍ଚରେ ଓଡ଼ିଶାରେ ଆରମ୍ଭ ହେବ 5G ସେବା । ପ୍ରଥମ ପର୍ଯ୍ୟାୟରେ ୮ଟି ସହର ସାମିଲ ହେବ । ଏହି ସୂଚନା ଦେଇଛନ୍ତି କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ମାର୍ଚ୍ଚ ସୁଦ୍ଧା ୮ଟି ସହରରେ ଓ ୨୦୨୩ ଡିସେମ୍ବର ସୁଦ୍ଧା ରାଜ୍ୟର ୮୦ ପ୍ରତିଶତ ଅଞ୍ଚଳରେ ମିଳିବ 5G ସେବା । ଏହି ସୂଚନା ଦେଇଛନ୍ତି ଅଶ୍ୱିନୀ ବୈଷ୍ଣବ ।

ଏହାସହ ଭୁବନେଶ୍ୱର ରେଳଷ୍ଟେସନ ହେବ ବିଶ୍ୱସ୍ତରୀୟ । ଖୁବଶୀଘ୍ର ଷ୍ଟେସନର ନବକଳେବର କରାଯିବ । ପ୍ଲାନିଂ, ଡିଜାଇନ୍ ସହ ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଯାଇଛି । ଖୁବଶୀଘ୍ର ଭୂମି ପୂଜନ କରାଯାଇ କାମ ଆରମ୍ଭ କରାଯିବ । ଯେତେ ଶୀଘ୍ର ଭୂମି ପୂଜନ କରାଯାଇ କାମ ଆରମ୍ଭ କରିବାକୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଅନୁରୋଧ କରିଛନ୍ତି ଅଶ୍ୱିନୀ ବୈଷ୍ଣବ ।

Leave A Reply

Your email address will not be published.