ରାଜ୍ୟ

ପ୍ରଶାସନ ପକ୍ଷରୁ ସମସ୍ତ କଟକଣା ଉଠିଗଲା, କିନ୍ତୁ କରୋନା ଶୃଙ୍ଖଳକୁ ଭାଙ୍ଗିବା ପାଇଁ ବାରିପଦାବାସୀ ନିଜେ କଲେ ଦୋକାନ ବଜାର ସଟ୍‌ଡାଉନ

ବାରିପଦା(କେନ୍ୟୁଜ୍):  ମୟୁରଭଞ୍ଜ ଜିଲ୍ଲାରେ ଦିନକୁ ଦିନ ବେକାବୁ ହେବାକୁ ଲାଗିଛି କରୋନା । ବଢିଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ବିଶେଷ କରି ବାରିପଦା ପୌରାଞ୍ଚଳରେ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ଯେତେବେଳେ ସରକାର ଓ ପ୍ରଶାସନ ପକ୍ଷରୁ ସମସ୍ତ କଟକଣା ଉଠିଯାଇଛି ସେହି ସମୟରେ କରୋନା ଶୃଙ୍ଖଳକୁ ଭାଙ୍ଗିବା ପାଇଁ  ବାରିପଦାବାସୀଙ୍କ ପକ୍ଷରୁ ଆରମ୍ଭ ହୋଇଛି ସଟ୍‌ଡାଉନ ।

୭ ଦିନ ପାଇଁ ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ଡାକରା ଦେଇଛି ବ୍ୟବସାୟୀ ସଂଘ ଓ ବିଭିନ୍ନ ସଂଗଠନ । ସ୍ବତଃପ୍ରବୃତ୍ତ  ଭାବେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି । ଶୂନଶାନ ହୋଇଛି ରାସ୍ତାଘାଟ । ପ୍ରଥମ ଥର ପାଇଁ ସଟ୍‌ଡାଉନରେ ନା ଅଛି ପୋଲିସର କଟକଣା ନା ଅଛି ପ୍ରଶାସନର ତାଗିଦ୍ । ନିଜକୁ ସୁରକ୍ଷିତ ରଖିବାର ପ୍ରୟାସ କରିଛନ୍ତି ବାରିପଦା ବାସୀ । ଜିଲ୍ଲାରେ ୭୫୦୬ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ୬୨୧୦ ଜଣ ସୁସ୍ଥ ମଧ୍ୟ ହୋଇ ସାରିଲେଣି । ଏକ୍ଟିଭ୍ କେସ୍ ରହିଛି ୧୨୭୨ । ୨୧ ଜଣ ମୃତ୍ୟୁବରଣ କରିଥିବା ସରକାରୀ ଭାବେ ଘୋଷଣା ହୋଇ ସାରିଛି ।

KNews Bureau

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

4 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

7 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

8 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

8 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

10 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

10 hours ago