ରାଜ୍ୟ

ବିଧି ରକ୍ଷା କରିବାକୁ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ: ଶ୍ରୀମନ୍ଦିର ଭିତରେ ହେବ ଅକ୍ଷୟ ତୃତୀୟା ନୀତି, ମନ୍ଦିର ଭିତରେ କରାଯିବ ରଥ ନିର୍ମାଣ ଅନୁକୂଳ

ପୁରୀ: ଶ୍ରୀମନ୍ଦିର ପରିସରରେ ହେବ ଅକ୍ଷୟତୃତୀୟା ନୀତି । ସରକାରୀ ନିୟମ ପାଳନ କରି ଅନୁଷ୍ଠିତ ହେବ ଚନ୍ଦନ ଯାତ୍ରା । ରଥଯାତ୍ରା ଓ ଅକ୍ଷୟ ତୃତୀୟା ପାଳନ ନେଇ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ସହ ଆଲୋଚନା କରିବା ପରେ ଏହା କହିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ । ଜଗତଗୁରୁଙ୍କ ପରାମର୍ଶ କ୍ରମେ ଏହି ନିଷ୍ପତ୍ତି ନିଆଯାଇଛି । ମେଘନାଦ ପାଚେରୀ ମଧ୍ୟରେ ସବୁ ବିଧି ପାଳନ କରାଯିବ । ମେ ୩ ତାରିଖ ପର୍ଯ୍ୟନ୍ତ ଲକଡାଉନ ଥିବାରୁ ମନ୍ଦିର ପରିସରରେ ସମସ୍ତ ରୀତିନୀତି ହେବ ।

ଲକଡାଉନ ହଟିବା ପରେ ରଥଯାତ୍ରା ପାଇଁ ନିଷ୍ପତ୍ତି ନିଆଯିବ । ମନ୍ଦିର ପରିସରରେ ହେବ ରଥ ଅନୁକୂଳ ନୀତି । ରୀତିନୀତି ପାଳନ ନେଇ ଜିଲ୍ଲାପାଳ ସ୍ଥାନ ଅନୁଧ୍ୟାନ କରିବେ । ନୂଆ ବ୍ୟବସ୍ଥାବଳୀ ନେଇ ଦିନ ୧୦ଟାରେ ସେବାୟତଙ୍କ ସହ ଆଲୋଚନା ହେବ । ପୁରୀ ଗୋବର୍ଦ୍ଧନ ପୀଠ ଗସ୍ତ କରି ଗଜପତି ଶଙ୍କରାଚାର୍ଯ୍ୟଙ୍କ ସହ ସମସ୍ତ ଆଲୋଚନା କରିଥିଲେ । ସାକ୍ଷାତ ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି ଓ ସେବାୟତ ମାନେ ଉପସ୍ଥିତ ଥିଲେ ।.

KNews Bureau

Recent Posts

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 min ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

7 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

21 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago