ରାଜ୍ୟ

କିଟ ଓ କିସ୍‍ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ, ଯୋଗଦେଲେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ

କିଟ ଓ କିସ୍‍ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ । ଏଥିରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ କିଟ୍‍ ଓ କିସ୍‍ର ମହିଳା କର୍ମଚାରୀମାନଙ୍କୁ ସମ୍ବୋଧିତ କରିଥିଲେ । ଡ. ସାମନ୍ତ କହିଥିଲେ ମହିଳାମାନେ ସବୁ କ୍ଷେତ୍ରରେ ପୁରୁଷଙ୍କ ଭଳି ଦକ୍ଷ ଓ କର୍ମଠ । ମହିଳାମାନେ ଆଜି ପ୍ରତିରକ୍ଷା କ୍ଷେତ୍ରଠାରୁ ଆରମ୍ଭ କରି ମହାକାଶ ଗବେଷଣା କ୍ଷେତ୍ର ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ସେମାନଙ୍କ ଦକ୍ଷତା ଓ ନିଷ୍ଠା ବଳରେ ସଫଳତା ହାସଲ କରିପାରୁଛନ୍ତି ।

କିଟ୍‍ ଓ କିସ୍‍ ସର୍ବଦା ଲିଙ୍ଗଗତ ସମାନତା ଓ ମହିଳା ସଶକ୍ତିକରଣକୁ ଗୁରୁତ୍ୱ ଦେଇଆସୁଛି । କିଟ୍‍ ଶିକ୍ଷାନୁଷ୍ଠାନ ସମୂହ ଓ କିସ୍‍ର ୫୦% ପ୍ରତିଶତ କର୍ମଚାରୀ ହେଉଛନ୍ତି ମହିଳା । କିଟ୍‍ ଓ କିସରେ କାର୍ଯ୍ୟ କରିବାର ଏଭଳି ବାତାବରଣ ରହିଛି ଯେଉଁଠି ପାରସ୍ପରିକ ସମ୍ମାନ ଓ ଆନନ୍ଦ ରହିଥାଏ । ସାମାଜିକ ବିକାଶ, ସୁଖ ଓ ସମୃଦ୍ଧିରେ ମହିଳାମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ।

ମହିଳାମାନେ ସମସ୍ତ ଶକ୍ତିର ଉତ୍ସ ବୋଲି ଡ. ସାମନ୍ତ କହିଥିଲେ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କିଟ୍‍ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଶରଣଜିତ୍‍ ସିଂହ, କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ମହିଳା କର୍ମଚାରୀଙ୍କ ଦ୍ୱାରା ବିଭିନ୍ନ ମନୋରଞ୍ଜନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

Niharanjan

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

14 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

17 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

21 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

34 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

50 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago