Below header

ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍‌ ତଥା ଉଦ୍ୟୋଗୀ ବିକାଶ ଖାନ୍ନା, ସଂସ୍କୃତି ଓ ପାରମ୍ପରିକ ଖାଦ୍ୟର କଲେ ଉଚ୍ଚପ୍ରଶଂସା

ନିକଟରେ ବିକାଶ ଖାନ୍ନା ସ୍ବାଧୀନତା ଦିବସ ପାଳନ ଅବସରରେ ନିୟୁୟର୍କ ସହରର ଟାଇମ୍‌ସ ସ୍କୋୟାର ଠାରେ ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ ସ୍ଥାପନ କରି ଚର୍ଚ୍ଚାର ରହିଥିଲେ ।

କେନ୍ୟୁଜ୍(ବ୍ୟୁରୋ): ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍‌, ଉଦ୍ୟୋଗୀ ତଥା ଲେଖକ  ବିକାଶ ଖାନ୍ନା ଆଜି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ସହିତ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆଲୋଚନା କରିଛନ୍ତି । ନିକଟରେ ବିକାଶ ଖାନ୍ନା ସ୍ବାଧୀନତା ଦିବସ ପାଳନ ଅବସରରେ ନିୟୁୟର୍କ ସହରର ଟାଇମ୍‌ସ ସ୍କୋୟାର ଠାରେ ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ ସ୍ଥାପନ କରି ଚର୍ଚ୍ଚାର ରହିଥିଲେ ।
ଏହି ଆଲୋଚନା ସମୟରେ ବିକାଶ ଖାନ୍ନା ଓଡିଶାର କଳା, ସ୍ଥାପତ୍ୟ, ସଂସ୍କୃତି, ଐତିହ୍ୟ ଓ ଖାଦ୍ୟ ପରମ୍ପରାର ଉଚ୍ଚପ୍ରଶଂସା କରିଥିଲେ । ପୁରୀରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିଦର୍ଶନ ସମୟରେ ତାଙ୍କର ସୁଖଦ ଆଧ୍ୟାତ୍ମିକ ଅନୁଭୂତି ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ। ବିକାଶ କ୍ଷେତ୍ରରେ ଓଡିଶା ଦ୍ରୁତ ଅଗ୍ରଗତି କରୁଛି ବୋଲି ମତଦେଇ ମୁଖ୍ୟମନ୍ତ୍ରୀଙ୍କ ଦୃଢ ଓ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ତଥା ମାନବବାଦୀ ଚିନ୍ତାଧାରାର ଉଚ୍ଚପ୍ରଶଂସା କରିଥିଲେ। କୋଣାର୍କ ଚକ୍ର ବିଶ୍ବ  ଏକତାର ପ୍ରତୀକ ବୋଲି ସେ ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ବିକାଶ ଖାନ୍ନାଙ୍କ ସୃଜନଶୀଳତା ଓ ଔଦ୍ୟୋଗୀକ ମନୋଭାବର ପ୍ରଶଂସା କରିଥିଲେ ଏବଂ  ତାଙ୍କୁ ଓଡିଶା ଆସିବାକୁ ନିମନ୍ତ୍ରଣ କରିଥିଲେ ।
 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.