ରାଜ୍ୟ ସରକାରଙ୍କ ନୂଆ ଗାଇଡଲାଇନ: ଆଜିଠାରୁ ବନ୍ଦ ରହିବ ଆନ୍ତଃରାଜ୍ୟ ବସ୍ ଚଳାଚଳ ସହିତ ସମସ୍ତ ହଷ୍ଟେଲ

ଭୁବନେଶ୍ବର: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଆଜିଠାରୁ ବନ୍ଦ ରହିବ ଆନ୍ତଃରାଜ୍ୟ ବସ ଚଳାଚଳ । ଅନ୍ୟ ରାଜ୍ୟକୁ ଯା ଆସ କରୁଥିବା ସମସ୍ତ ବସ ବନ୍ଦ ରହିବ । ରାଜ୍ୟ ସରକାରଙ୍କ ନୂଆ ଗାଇଡଲାଇନ ମୁତାବକ ଆନ୍ତଃରାଜ୍ୟ ବସ ସେବାକୁ ବନ୍ଦ କରାଯାଇଛି । ହେଲେ ରାଜ୍ୟ ଭିତରେ ପୂର୍ବ ଭଳି ବସ ଚାଲୁ ରହିବ । କରୋନା କଟକଣା କଡାକଡି ପାଳନ କରାଯିବା ସହ ଯାତ୍ରୀମାନେ କେବଳ ସିଟିଂରେ ଯାଇପାରିବେ ।

ଅଟୋ, ଟ୍ୟାକ୍ସିରେ କେବଳ ୨ ଜଣ ଯାତ୍ରୀ ଯିବାକୁ ଅନୁମତି ରହିଛି । ସେହିଭଳି ଆଜିଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଓ ହଷ୍ଟେଲ ମଧ୍ୟ ବନ୍ଦ ରହିବ । ବିଦ୍ୟାଳୟରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ ହେବ ନାହିଁ । ସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତ କର୍ମଚାରୀରେ କାମ ହେବ। ଘରୋଇ କାର୍ଯ୍ୟାଳୟରେ କମ କର୍ମଚାରୀରେ କାମ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.