କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ ଆଇପିଏସ୍‌ ଡିଏସ୍‌ କୁଟ୍ଟେ, ବିଏସ୍‌ଏଫ୍‌ ଆଇଜି ଭାବେ ବଦଳି

ଭୁବନେଶ୍ବର: କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ ଆଇପିଏସ୍‌ ଡିଏସ୍‌ କୁଟ୍ଟେ । ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ଚିଠି ହୋଇଛି । ଓଡ଼ିଶା ୧୯୯୭ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଡିଏସ୍‌ କୁଟ୍ଟେ ‌ଏବେ ରାଜ୍ୟ ସରକାରଙ୍କ ଗୃହ ବିଭାଗରେ ଓଏସ୍‌ଡି ପଦବିରେ ଅଛନ୍ତି। ତାଙ୍କୁ ବିଏସ୍‌ଏଫ୍‌ ଆଇଜି ଭାବେ ମୁତୟନ କରାଯିବା ନେଇ କେନ୍ଦ୍ର ସରକାର ଚିଠି କରିଛନ୍ତି । ସେ ୨୦୨୮ ମସିହାରେ ଅବସର ଅଥବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ପଦବିରେ ରହିବେ ବୋଲି କୁହାଯାଇଛି ।

ସୂଚନାଯୋଗ୍ୟ, ଗତ ସାଧାରଣ ନିର୍ବାଚନ ବେଳେ ଆଶିଷ ସିଂ ମେଡିକାଲ ଲିଭ୍‌ରେ ଥିଲେ । ନିର୍ବାଚନ ବେଳେ ସେତେବେଳର ଶାସକ ଦଳ ପ୍ରତି ଅନୁକମ୍ପା ଦେଖାଉଥିବା ନେଇ ମୁଖ୍ୟ ନିର୍ବାଚନ କମିସନର(ଇସିଆଇ)ଙ୍କ ପାଖରେ କେନ୍ଦ୍ର ବିଜେପି ପକ୍ଷରୁ ଅଭିଯୋଗ ହୋଇଥିଲା । ଏପ୍ରିଲ ୫ ତାରିଖରେ ଇସିଆଇଙ୍କ ନିର୍ଦ୍ଦେଶ କ୍ରମେ ଆଶିଷ ସିଂଙ୍କୁ ସେଣ୍ଟ୍ରାଲ ରେଞ୍ଜ ଆଇଜି ପଦରୁ ହଟାଯାଇଥିଲା ।

ଭାରତୀୟ ନିର୍ବାଚନ କମିସନ ମେଡିକାଲ ଲିଭ୍‌ରେ ଥିବା ଆଶିଷ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଭୁବନେଶ୍ୱର ଏମ୍ସର ସ୍ୱତନ୍ତ୍ର ମେଡିକାଲ ବୋର୍ଡ ରିପୋର୍ଟ ଆଧାରରେ ଜଣାପଡ଼ିଥିଲା ଯେ, ଆଶିଷ ମିଛ କହି ଛୁଟିରେ ଥିଲେ। ପ୍ରକାଶଯୋଗ୍ୟ, ଡି ଏସ କୁଟ୍ଟେଙ୍କ ପୂର୍ବରୁ ୨୦୦୪ ବ୍ୟାଚ୍‌ର ଆଇପିଏସ୍‌ ଆଶିଷ କୁମାର ସିଂହଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ଯିବା ପାଇଁ ଚି