ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ନେଲେ ଆଇପିଏସ ସୁଧାଂଶୁ ଷଡ଼ଙ୍ଗୀ

୧୯୯୦ ବ୍ୟାଚ୍ ଆଇପିଏସ୍ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଅଗ୍ନିଶମ ଡିଜି ଭାବେ ବଦଳି କରାଯାଇଛି। ପୂର୍ବରୁ ସ୍ପେଶାଲ ଡିଜି ପୋଲିସ ରେଲୱେ ଆଣ୍ଡ କୋଷ୍ଟାଲ ସିକ୍ୟୁରୀଟି ଭାବରେ କାର୍ଯ୍ୟରତ ଥିଲେ।

ଭୁବନେଶ୍ୱର (କେନ୍ୟୁଜ): ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବରିଷ୍ଠ ଆଇପିଏସସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ୧୯୯୦ ବ୍ୟାଚ୍ ଆଇପିଏସ୍ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଅଗ୍ନିଶମ ଡିଜି ଭାବେ ବଦଳି କରାଯାଇଛି। ପୂର୍ବରୁ ସ୍ପେଶାଲ ଡିଜି ପୋଲିସ ରେଲୱେ ଆଣ୍ଡ କୋଷ୍ଟାଲ ସିକ୍ୟୁରୀଟି ଭାବରେ କାର୍ଯ୍ୟରତ ଥିଲେ। ଦାୟିତ୍ୱ ଗ୍ରହଣ କରିବା ପରେ ସୁଧାଂଶୁ ଷଡଙ୍ଗୀ କହିଛନ୍ତି ୨୦୦୦ ମସିହା ବେଳକୁ ରାଜ୍ୟରେ ମାତ୍ର ୧୧୨ ଟି ଅଗ୍ନିଶମ କେନ୍ଦ୍ର ଥିଲା। ବର୍ତ୍ତମାନ ଏହା ତିନିଗୁଣ ବୃଦ୍ଧି ପାଇ ୩୪୫ ରେ ପହଞ୍ଚିଛି। ଅତୀତରେ ରାଜ୍ୟ ଅଗ୍ନିଶମ କର୍ମଚାରୀମାନେ ବାହାର ରାଜ୍ୟଗୁଡିକରେ ଭଲ କାମ କରି ପ୍ରଶଂସା ପାଇଛନ୍ତି।

ତେବେ ରାଜ୍ୟରେ ଚାଳ ଛପର ଘର ସଂଖ୍ୟା କମୁଛି। ପୂର୍ବ ଭଳି ଘର ପୋଡି ନାହିଁ। କିନ୍ତୁ ଉଚ୍ଚ ଅଟ୍ଟାଳିକା ସଂଖ୍ୟା ବୃଦ୍ଧି ପାଉଛି। ଏଥିପାଇଁ ଆଗ୍ନେୟ ଦୁର୍ଘଟଣାର ମୁକାବିଲା ପାଇଁ ଆମକୁ ପ୍ରସ୍ତୁତ ରହିବାକୁ ପଡିବ। ଚଳିତ ଆର୍ଥିକ ବର୍ଷରେ ଅଗ୍ନିଶମ ବିଭାଗର ଉନ୍ନତି ପାଇଁ ରାଜ୍ୟ ସରକାର ଅଧିକ ୨୪୦ କୋଟି ଟଙ୍କାର ଅନୁଦାନ ଦେବାର ପ୍ରସ୍ତାବ ରହିଛି।
୧୧ ଶହ ନୂଆ କର୍ମଚାରୀଙ୍କ ନିଯୁକ୍ତି ପାଇଁ ପ୍ରକିୟା ଆରମ୍ଭ ହୋଇଛି। ଏହି ପ୍ରକିୟା ଆଗାମୀ ଛଅ ମାସ ଭିତରେ ଶେଷ ହେବ। ରାଜ୍ୟରେ କାର୍ଯ୍ୟରତ ୧୫ ହଜାର ୯୧୮ ଗୃହରକ୍ଷୀ ନିଷ୍ଠାର ସହ ସେବା କରି ଜନସାଧାରଣଙ୍କର ଅଧିକ ଆସ୍ଥା ଭାଜନ ହେବେ ବୋଲି ଆଶା କରୁଛି। କୌଣସି ସଂଗଠନର ବିକାଶ ଓ ପରିଚୟ ଏକ କ୍ରମାଗତ ପ୍ରକିୟା ବୋଲି ସେ କହିଛନ୍ତି ।