୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ ଲଘୁଚାପ: ଆଜିଠୁ ୩୦ ଯାଏ ସାରା ରାଜ୍ୟରେ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ବର(କେନ୍ଯୁଜ୍): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ୨୪ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ୱେଲ୍‌ ମାର୍କଡ ଲୋ-ପ୍ରେସରରେ ପରିଣତ ହେବ । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡଖଣ୍ଡ ଏବଂ ବିହାର ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠୁ ୩୦ ତାରିଖ ଯାଏ ସାରା ରାଜ୍ୟରେ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ୧୫ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ସେହିପରି ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତଳିଆ ଅଞ୍ଚଳରେ ଜଳମଗ୍ନ ଓ ବନ୍ୟା ପରିସ୍ଥିତି ଉପୁଜିପାରେ । ଏଥିପାଇଁ ସତର୍କ ରହିବାକୁ ଜିଲ୍ଲାପାଳ ଓ ମହାନଗର ନିଗମକୁ ପରାମର୍ଶ ଦେଇଛନ୍ତି ଏସଆରସି । ଏହାସହ ଆସନ୍ତା ୩୦ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ସତର୍କ କରାଯାଇଛି । ସେହିପରି ଆମେରିକା ପାଣିପାଗ ସଂସ୍ଥା ଆକ୍ୟୁ ୱେଦର ବୈଜ୍ଞାନିକ ଜାସନ୍‌ ନିକୋଲ୍ସ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଓଡ଼ିଶା, ପଶ୍ଚିମବଙ୍ଗରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.