ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସ ପ୍ରଭାବ: ଆଜିଠୁ ରାଜ୍ୟରେ ପୁଣି ୪ ଦିନ ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ଆଜିଠୁ ରାଜ୍ୟରେ ପୁଣି ୪ ଦିନ ବର୍ଷା । ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସ ପ୍ରଭାବରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆଜି ଉତ୍ତର ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୂରଭଞ୍ଜ ଓ ପୁରୀର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ସେହିପରି ୨୨ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ୨୩ ତାରିଖରେ ବର୍ଷାର ପରିମାଣ ବଢ଼ିବ ବୋଲି କୁହାଯାଇଛି । ୬ ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆଗାମୀ ତିନି ଦିନ ଭିତରେ ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲସିୟସ୍‌ ବଢ଼ିବ । ଫଳରେ ଶୀତ କମିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.