ଗତକାଲି ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା: ୧୨ଟି ଜିଲ୍ଲାକୁ ଅରେଞ୍ଜ ଓ ୮ଟି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ । ପ୍ରଭାବରେ ଗତକାଲି ରାତିରୁ ବର୍ଷା ଲାଗି ରହିଛି । ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ତିନିଟି ଜିଲ୍ଲା ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ଅତିପ୍ରବଳ ବର୍ଷା ହୋଇପାରେ ।

ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ସମ୍ବଲପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ସୋନପୁର ସମେତ ୧୨ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ବରଗଡ଼, କଳାହାଣ୍ଡି ସମେତ ୮ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ସମୟରେ ଉତ୍ତର ବଙ୍ଗୋପସାଗରର ଓଡ଼ିଶା ଉପକୂଳରେ ପବନ ବହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.