Below header

ଆସନ୍ତା ୧୧ରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

 ଭୁବନେଶ୍ୱର(କେ ନ୍ୟୁଜ):  ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହାସହ ଦକ୍ଷିଣ ପଶ୍ଚିମ ବାୟୁ ଆଗାମୀ ୨ରୁ ୩ଦିନ ମଧ୍ୟରେ ଓଡ଼ିଶାର କେତେକ ଅଞ୍ଚଳରେ ପ୍ରବେଶ କରିପାରେ । ସମ୍ବାବ୍ୟ ଲଘୁଚାପ ପ୍ରଭାବରେ କାଲିଠୁ ୧୪ ତାରିଖ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହାସହ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର କିଛି ଜିଲ୍ଲାରେ ଆଗାମୀ ଦୁଇଦିନ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସମ୍ଭାବନା ରହିଛି । ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ନବରଙ୍ଗପୁର, କୋରାପୁଟ ଜିଲ୍ଲାରେ ପ୍ରବଳବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ବର୍ଷା ପାଣି ଜମିବା ସହ ଅକସ୍ମାତ ବନ୍ୟା ପରିସ୍ଥିତି ଉପୁଜିପାରେ । ମାଟି ରାସ୍ତା ପ୍ରଭାବିତ ହୋଇପାରେ । ମତ୍ସ୍ୟଜୀବୀଙ୍କୁ ୧୦ରୁ ୧୨ ତାରିଖ ମଧ୍ୟରେ ସମୁଦ୍ରକୁ ପ୍ରବେଶ କରିବାକୁ ବାରଣ କରାଯାଇଛି । ୧୦ ତାରିଖ ସଂଧ୍ୟା ସୁଦ୍ଧା ଗଭୀର ସମୁଦ୍ରରେ ଥିବା ମତ୍ସ୍ୟଜୀବୀ ଉପକୂଳକୁ ଫେରି ଆସିବାକୁ ସୂଚନା ଜାରି କରାଯାଇଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.