ଆସୁଛି ଆଉ ଏକ ଲଘୁଚାପ, ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା

ଭୁବନେଶ୍ୱର(କେ ନ୍ୟୁଜ): ପୁଣି ଏକ ଲଘୁଚାପ। ଆସନ୍ତା ୬ ତାରିଖରେ ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢିବ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ମୌସୁମୀ ଜନିତ ନିମ୍ନ ଚାପ ରେଖା ନାଲିଆରୁ ବାହାରି ଓଡ଼ିଶାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି।

ଏହାରି ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ ରାୟଗଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଅଗଷ୍ଟରେ କମ ବର୍ଷା ହୋଇଥିବାବେଳେ ସେପ୍‌ଟେମ୍ବରରେ ସ୍ୱାଭାବିକଠାରୁ ଅଧିକ କିମ୍ବା ପାଖାପାଖି ସ୍ୱାଭାବିକ ବର୍ଷା ହେବ।

 

 

You might also like