Below header

ସକ୍ରିୟ ହେବାରେ ଲାଗିଛି ମୌସୁମୀ, ୧୧ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର(କେ ନ୍ୟୁଜ): ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳ ଛୁଇଁବା ପରେ ଧୀରେ ଧୀରେ ସକ୍ରିୟ ହେବାରେ ଲାଗିଛି । ଦକ୍ଷିଣ ଆରବ ସାଗର, ସେଣ୍ଟ୍ରାଲ ଆରବ ସାଗର ଓ ଲାକ୍ଷାଦ୍ୱୀପର ବାକି ଅଂଶକୁ ଛୁଇଁଛି ମୌସୁମୀ । ଆସନ୍ତା ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ମୌସୁମୀ ଅଧିକ ସକ୍ରିୟ ହେବ । ଏଥିସହ ଓ଼ଡିଶାର ଅଧିକାଂଶ ଭାଗକୁ ଛୁଇଁବ ମୌସୁମୀ ।

ଆସନ୍ତା ୧୦ ରୁ ୧୪ ତାରିଖ ଯାଏ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୪ରୁ ୫ ଦିନ ପାଇଁ ସର୍ବୋଚ୍ଚ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନ ସମ୍ଭାବନା ନାହିଁ । ଆସନ୍ତାକାଲି ଯାଏ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ସମେତ ୧୨ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.