ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡି ଅନୁଭୂତ, ୮ ଜିଲ୍ଲା ପାଇଁ ୟୋଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡି ଅନୁଭୂତ । ଭୁବନେଶ୍ୱର, କଟକ ସମେତ ବିଭିନ୍ନ ସ୍ଥାନରେ କୁହୁଡି ଦେଖିବାକୁ ମିଳିଛି । କୁହୁଡି ଯୋଗୁ ରାସ୍ତାଘାଟ ଦୃଶ୍ୟମାନ ହେଉନଥିଲା । ଲୋକଙ୍କ ଯିବା ଆସିବାରେ ଅନେକ ଅସୁବିଧା ହେଉଛି ।

weatherଘନ କୁହୁଡି ପାଇଁ ୮ ଜିଲ୍ଲା ପାଇଁ ୟୋଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, କଟକ, ପୁରୀ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହା ସହ ରାଜ୍ୟର ଅନ୍ୟ କିଛି ଜିଲ୍ଲାରେ ମଧ୍ୟମ ଧରଣର କୁହୁଡି ଅନୁଭୂତ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.