ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନ, ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ୱାଣ୍ଣିଂ ଜାରି

ଭୁବନେଶ୍ବର: ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଲାଗି ରହିଛି। ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ବିଜୁଳି ମାରିବା ସହିତ ହେବ ଘଡଘଡି ସହ ବର୍ଷା। ୪୦ ରୁ ୫୦ କିମି ବେଗରେ ପବନ ବୋହିବ। ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର ଏବଂ କଳାହାଣ୍ଡି ଜିଲ୍ଲାର ଗୋଟେ କି ଦୁଇଟି ସ୍ଥାନ ଉପରେ ଏହାର ପ୍ରଭାବ ପରିଲିକ୍ଷୀତ ହେବ। ଏନେଇ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାଣ୍ଣିଂ ଜାରି କରାଯାଇଛି ।

ଉତ୍ତର ଓଡିଶା ସମେତ ବାଲେଶ୍ଵର, ଭଦ୍ରକ, ମାଲକାନଗିରି, କଳାହାଣ୍ଡି, ବଲାଙ୍ଗିର, ନୂଆପଡା, କୋରାପୁଟ,କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାରେ ଏବଂ ବାକି ସବୁ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୨ ତାରିଖ ଦିନ ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କନ୍ଧମାଳ, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ଝଡ଼ବର୍ଷା ହେବ। ୧୩ ତାରିଖ ଦିନ ପବନର ବେଗ କମିବ। କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.