ଆଜି ସୃଷ୍ଟି ହେବ ଲଘୁଚାପ, ସକାଳୁ ବିଭିନ୍ନ ସ୍ଥାନରେ ଲାଗିରହିଛି ଝିପି ଝିପି ବର୍ଷା

ଆଜି ପାଇଁ କୋରପୁଟ, ନବରଙ୍ଗପୁର, ନୂଆପଡା ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କଟକ, ବୌଦ୍ଧ, ସୋନପୁର, ବଲାଙ୍ଗିର ଓ ବରଗଡ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଭଳି ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି ।

ଭୁବନେଶ୍ୱର(କେନ୍ୟୁଜ୍‌): ଘୂର୍ଣ୍ଣିବଳୟ ସକ୍ରିୟ । ଆଜି ସୃଷ୍ଟି ହେବ ଲଘୁଚାପ । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ଆଜି ସକାଳୁ ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ଲାଗି ରହିଛି। ମାଲକାନଗିରି ଜିଲ୍ଲା ସମେତ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି ।

ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳରେ ବାୟୁମଣ୍ଡଳରେ ୭ ଦଶମିକ ୬ କିଲୋମିଟର ଉଚ୍ଚତା ଯାଏଁ ସକ୍ରିୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଜି ପାଇଁ କୋରପୁଟ, ନବରଙ୍ଗପୁର, ନୂଆପଡା ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କଟକ, ବୌଦ୍ଧ, ସୋନପୁର, ବଲାଙ୍ଗିର ଓ ବରଗଡ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଭଳି ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି।

ସକ୍ରିୟ ମୌସୁମୀ ପ୍ରବାହ ତଥା ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଓଡିଶା ଉପକୂଳ ତଥା ପାଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଝଡ଼ପବନ ତଥା ଝଟକା ପବନର ଘଣ୍ଟାପ୍ରତି ବେଗ ୪୦ ରୁ ୫୦ କିଲୋମିଟର ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ରହିଛି । ମତ୍ସ୍ୟଜୀବୀମାନଙ୍କୁ ଆଜିଠୁ ୨୨ ଯାଏଁ ସମୁଦ୍ରକୁ ବାରଣ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.