ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା, ଆଗାମୀ ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ୍): ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ । ପ୍ରବଳ ବର୍ଷା ପାଇଁ ଆଗାମୀ ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

ସେହିପରି ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଜିଲ୍ଲାଗୁଡ଼ିକ ହେଲା କନ୍ଧମାଳ, କଳାହାଣ୍ଡି, ଗଜପତି, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି । ଏହି ଜିଲ୍ଲା ଗୁଡ଼ିକରେ ୧୨ରୁ ୨୦ ସେଣ୍ଟିମିଟର ବର୍ଷା ସମ୍ଭାବନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.