ୱେଲମାର୍କରେ ପରିଣତ ହେଲା ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା

ଭୁବନେଶ୍ୱ: ଉତ୍ତର ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ୱେଲମାର୍କରେ ପରିଣତ ହୋଇଛି । ଫଳରେ ଅଧିକାଂଶ ଜିଲ୍ଲାରେ ୧୦୦ ମିଲିମିଟରରୁ ଅଧିକ ବର୍ଷା ହେଇଛି । ଗତ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର ଯୁଜୁମରାରେ ସର୍ବଧିକ ୨୮୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

ସେହିପରି ଭୁବନେଶ୍ୱର ରେ ୧୬୨.୪ ମିଲିମିଟର ବର୍ଷା ରେକର୍ଡ ହୋଇଛି । କଟକ, ଢେଙ୍କାନାଳ ପୁରୀ ରେ ମଧ୍ୟ ୧୦୦ ମିଲିମିଟରରୁ ଅଧିକ ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, ବରଗଡ଼ ସମ୍ବଲପୁରକୁ ଅରେଞ୍ଜ ଓ୍ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ସେହିଭଳି ଅନୁଗୁଳ କେନ୍ଦୁଝର, ନୂଆପଡା, ବଲାଙ୍ଗୀର ଆଦି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଙ୍ଗ ଦିଆଯାଇଛି । ଆସନ୍ତାକାଲି ସୁଦ୍ଧା ପାଗରେ ପରିବର୍ତ୍ତନ ହେବ ନାହିଁ ବୋଲି ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.