ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ: ପ୍ରଭାବରେ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାର ବିଭିନ୍ନ ସ୍ଥାନରେ ୨୨ ତାରିଖ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ । ୨୧ ତାରିଖରେ ଆନ୍ଧ୍ରପ୍ରଦେଶର କାକିନାଡା ଓ ମଚ୍ଛଲିପଟ୍ଟନମ୍‌ ମଧ୍ୟରେ ଏହା ସ୍ଥଳ ଭାଗ ଛୁଇଁବ । ପ୍ରଭାବରେ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ୨୨ ତାରିଖ ଯାଏ ବର୍ଷା ଲାଗି ରହିବ । ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ । ଆଜି ପାଇଁ ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି ।

ଆସନ୍ତାକାଲି ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଲି ପାଇଁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ତେଣୁ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ରହିବାକୁ ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ଏସ୍‌ଆରସି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ୨୨ ତାରିଖ ଯାଏ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.