ଆସନ୍ତା ୧୨ ଆଉ ଏକ ଘୂର୍ଣ୍ଣିବଳୟ! କାଲିଠୁ ରାଜ୍ୟରେ ପୁଣି ହେବ ବର୍ଷା

କାଲିଠୁ ରାଜ୍ୟରେ ପୁଣି ବର୍ଷା ହେବ । ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଭୁବନେଶ୍ୱର (କେନ୍ୟୁଜ): କାଲିଠୁ ରାଜ୍ୟରେ ପୁଣି ବର୍ଷା ହେବ । ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କାଲି ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏଥିପାଇଁ ୧୯ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ୧୨ ତାରିଖରୁ ବର୍ଷା ପରିମାଣ ଓ ବିସ୍ତୃତି ବଢ଼ିବ । ୧୨ ତାରିଖରେ ବିଜୁଳି ଘଡ଼ଘଡ଼ି ସହ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୩ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

ଅନ୍ୟପଟେ ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲ୍ସ ପୂର୍ବାନୁମାନ କରିଛନ୍ତି, ଆସନ୍ତା ସପ୍ତାହରେ ଆଉ ୨ଟି ଲଘୁଚାପ ସୃଷ୍ଟି ହୋଇପାରେ । ବଙ୍ଗୋପସାଗରରେ ଆସନ୍ତା ସପ୍ତାହ ଆରମ୍ଭରେ ଗୋଟିଏ ଓ ସପ୍ତାହ ଶେଷ ବେଳକୁ ଆଉ ଗୋଟିଏ ଲଘୁଚାପ ଦାନା ବାନ୍ଧିପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.