ରାଜ୍ୟରେ ଆହୁରି ବର୍ଷିବ ୨୪ ଘଣ୍ଟା, ୮ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ ଆହୁରି ୨୪ ଘଣ୍ଟା ବର୍ଷିବ। ଉତ୍ତର – ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଆହୁରି ୨୪ଘଣ୍ଟା ପାଇଁ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଭ୍ୟନ୍ତରୀଣ ଓଡିଶା ସମେତ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।
କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ସମ୍ବଲପୁର, ବାଲେଶ୍ୱର ଓ ଭଦ୍ରକ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଣୁ ଏସବୁ ଜିଲ୍ଲାରେ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୭ ତାରିଖ ବେଳକୁ ବର୍ଷା ପରିମାଣ କମିବ। ୯ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ ବଳୟ । ଏହାର ପ୍ରଭାବରେ ରାଜ୍ୟରେ ପୁଣି ଥରେ ୧୧ ତାରିଖରୁ ବର୍ଷା ଆରମ୍ଭ ହୋଇଯିବ। ୧୩ ତାରିଖ ଯାଏଁ ବର୍ଷା ଲାଗି ରହିବ।