ଆଗାମୀ ୪ ଦିନ ଯାଏ ଲାଗି ରହିବ ବର୍ଷା, ଆଜି ୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ବଙ୍ଗୋପସାଗରରେ ସକ୍ରିୟ ଅଛି ଲଘୁଚାପ । ଦକ୍ଷିଣ ଓଡ଼ିଶା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଓ ପାଖାପାଖି ଅଞ୍ଚଳରେ ରହିଥିବା ଲଘୁଚାପ ବଳୟ ଦୁର୍ବଳ ହୋଇ ଲଘୁଚାପର ରୂପ ନେଇଛି। ନିମ୍ନଚାପ ରେଖା, ସକ୍ରିୟ ମୌସୁମୀ ସହ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା ।

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ସକ୍ରିୟ ଅଛି ଲଘୁଚାପ । ଦକ୍ଷିଣ ଓଡ଼ିଶା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଓ ପାଖାପାଖି ଅଞ୍ଚଳରେ ରହିଥିବା ଲଘୁଚାପ ବଳୟ ଦୁର୍ବଳ ହୋଇ ଲଘୁଚାପର ରୂପ ନେଇଛି। ନିମ୍ନଚାପ ରେଖା, ସକ୍ରିୟ ମୌସୁମୀ ସହ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା ।

ଆଗାମୀ ୪ ଦିନ ଯାଏ ବର୍ଷା ଲାଗି ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଆଜି ୬ଟି ଜିଲ୍ଲା ନୂଆପଡ଼ା, ବରଗଡ଼, ବଲାଙ୍ଗିର, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୩୦ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ । ମୌସୁମୀ ଜନିତ ନିମ୍ନ ଚାପରେଖା ଦକ୍ଷିଣ ଭାଗରୁ ଧୀରେଧୀରେ ତା’ର ସାଧାରଣ ଅବସ୍ଥାନକୁ ଫେରୁଥିବାରୁ ରାଜ୍ୟରେ ୩୦ ତାରିଖରୁ ବର୍ଷା ବିବାର ସମ୍ଭାବନା ରହୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.