ଘୂର୍ଣ୍ଣିବଳୟ ସକ୍ରିୟ, ରାଜ୍ୟରେ ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଦକ୍ଷିଣ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ । ସକ୍ରିୟ ରହିଛି ମୌସୁମୀ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରରୁ ଅତିପ୍ରବଳ ବର୍ଷା ହୋଇପାରେ। ୭ ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସେହିପରି ୧୭ଟି ଜିଲ୍ଲାରେ ୭ ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ। ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତାକାଲି ପାଇଁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୧୬ ତାରିଖ ପାଇଁ ୫ଟି ଜିଲ୍ଲା ଏବଂ ୧୭ ତାରିଖ ପାଇଁ ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like