ଆଜି ସୃଷ୍ଟି ହେବ ଲଘୁଚାପ, ଆହୁରି ୩ ଦିନ ଯାଏ ପ୍ରବଳ ବର୍ଷିବ

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ପ୍ରଭାବରେ ରାଜ୍ୟରେ ଲାଗି ରହିଛି ତୀବ୍ର ବୃଷ୍ଟିପାତ । ଆଜି ଭାରୀ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ସତର୍କତା ଦେଇଛି ପାଣିପାଗ ବିଭାଗ ।

ଭୁବନେଶ୍ୱର (କେନ୍ୟୁଜ): ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ପ୍ରଭାବରେ ରାଜ୍ୟରେ ଲାଗି ରହିଛି ତୀବ୍ର ବୃଷ୍ଟିପାତ । ଆହୁରି ୩ ଦିନ ଯାଏ ବର୍ଷା ଲାଗି ରହିବ ।

ଆଜି ଭାରୀ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ସତର୍କତା ଦେଇଛି ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଠାରେ ୭୦ରୁ ୨୦୦ ମିମି ଯାଏ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୭ ତାରିଖ ପାଇଁ ୯ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି ।ଏହାପରେ ୧୧ ତାରିଖ ବେଳକୁ ପୁଣି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରେ ୧୩ରେ ଦାନା ବାନ୍ଧିପାରେ ଲଘୁଚାପ । ସମ୍ଭାବ୍ୟ ଦ୍ବିତୀୟ ଲଘୁଚାପ ଯୋଗୁ ୧୫ ତାରିଖ ଯାଏ ବର୍ଷା ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.