ଆଜିଠୁ ପ୍ରବଳ ବର୍ଷିବ, ଆସନ୍ତାକାଲିଠୁ ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର(କେନ୍ୟୁଜ୍): ଆଜିଠୁ ପ୍ରବଳ ବର୍ଷିବ। ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତାକାଲିଠୁ ବଢିବ ବର୍ଷାର ପରିମାଣ । ୬ରୁ ୧୦ ଯାଏଁ ରାଜ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୬ରୁ ୧୦ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ମୌସୁମୀର ସକ୍ରିୟତା ବୃଦ୍ଧି ଏବଂ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୭ରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଝଡ-ବର୍ଷା ସହ ପବନ ଘଣ୍ଟା ପ୍ରତି ୪୫ରୁ ୫୫ କୁଲୋମିଟର ବେଗରେ ବହିବା ସମ୍ଭାବନା ରହିଛି। ଫଳରେ ୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ଉପରେ କଟକଣା ଲଗାଯାଇଛି। ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.