ବଙ୍ଗୋପସାଗରରେ ଲଘୁଚାପ: ଆଜିଠୁ ପ୍ରବଳ ବର୍ଷିବ, ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍): ଆଜିଠୁ ପ୍ରବଳ ବର୍ଷିବ। ବଙ୍ଗୋପସାଗରରେ ଲଘୁଚାପ । ୨୪ ଘଣ୍ଟାରେ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହେବ । ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲା-କୋରାପୁଟ, କନ୍ଧମାଳ, ଗଜପତି, ଗଞ୍ଜାମକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୦ ଓ ୧୧ ତାରିଖରେ କିଛି ଜିଲ୍ଲାରେ ଭୀଷଣ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ ।

ଏପଟେ ଗୋଟିଏ ନସରୁଣୁ ଆଉ ଗୋଟିଏ ଲଘୁଚାପ । ଆସନ୍ତା ୧୬ରୁ ୧୮ ତାରିଖ ମଧ୍ୟରେ ପୁଣି ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.