ଆନ୍ଧ୍ରପ୍ରଦେଶ ଉପକୂଳ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ, ପ୍ରଭାବରେ ଆସନ୍ତା ୨ ଦିନ ଧରି ରାଜ୍ୟର ଅଧିକାଂଶ ସ୍ଥାନରେ ହେବ ବର୍ଷା!

ଭୁବନେଶ୍ବର: ଆନ୍ଧ୍ରପ୍ରଦେଶ ଉପକୂଳ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ଧରି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୧୬ଟି ଜିଲ୍ଲାକୁ ପାଣିପାାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସମସ୍ତ ଉପକୂଳ ଜିଲ୍ଲା ସମେତ କେନ୍ଦୁଝର, କନ୍ଧମାଳ, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହ ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ ଓ ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ରାଜଧାନୀ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.