କାଲିଠୁ ପୁଣି ଭିଜିବ ଓଡ଼ିଶା, ୧୯ରେ ବଢିବ ବର୍ଷାର ପରିମାଣ

କାଲିଠୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା ଓ ଗଞ୍ଜାମ ଜିଲ୍ଲାର କେତେକାଂଶରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଭୁବନେଶ୍ୱର (କେନ୍ୟୁଜ): କାଲିଠୁ ପୁଣି ଭିଜିବ ଓଡ଼ିଶା। ୧୯ରେ ବଢିବ ପରିମାଣ। ଉତ୍ତର ଛତିଶଗଡ଼ ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ସୁଦୃଶ ଲଘୁଚାପ ବଳୟ ଏବେ ପୂର୍ବ ମଧ୍ୟପ୍ରଦେଶ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହା ରାଜ୍ୟଠାରୁ ଦୂରରେ ରହିଥିବାରୁ ରାଜ୍ୟରେ ବର୍ଷା ବିସ୍ତୃତି କମିଛି। କାଲିଠୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା ଓ ଗଞ୍ଜାମ ଜିଲ୍ଲାର କେତେକାଂଶରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସେହିଭଳି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲାରେ ୧୯ ତାରିଖ ଦିନ ଭଲ ବର୍ଷିବାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଗତ ୪ ଦିନର ଲଘୁଚାପ ପ୍ରଭାବରେ ରାଜ୍ୟରେ ହାରାହାରି ବର୍ଷା ୧୧୦.୫ ମିମି ରେକର୍ଡ କରାଯାଇଛି। ଯାହାକି ସ୍ବାଭାବିକ ବର୍ଷା ୩୩.୪ ମିମି ତୁଳନାରେ ୨୩୧% ଅଧିକ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.