ଆଜି ଲଘୁଚାପ ବଳୟ ନେବ ଅବପାତର ରୂପ, ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ବର୍ଷା

ଭୁବନେଶ୍ବର:ବଙ୍ଗୋପସାଗରରେ ଲଘୁଚାପ । ଉତ୍ତର ଆଣ୍ଡାମାନ ସାଗର ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି ଲଘୁଚାପ କ୍ଷେତ୍ର । ଆଜି ଲଘୁଚାପ ବଳୟ ନେବ ଅବପାତର ରୂପ । ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୨ ତାରିଖ ସୁଦ୍ଧା ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ଡିପ୍ରେସନ । ଏହାର ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ବର୍ଷା । ୧୧ ଓ ୧୨ ତାରିଖ ପାଇଁ ୪ଟି ଜିଲ୍ଲା ଗଜପତି, ଗଞ୍ଜାମ, ରାୟଗଡ଼ା ଓ ପୁରୀକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ମାଲକାନଗିରି, କୋରାପୁଟ, କନ୍ଧମାଳ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ୧୨-୧୩ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଓ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେପଟେ ଆସନ୍ତା ୧୪ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.