ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ! ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ବର୍ଷା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ବର୍ଷା । ଖାସ୍ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଉପକୂଳବର୍ତ୍ତୀ ଜିଲ୍ଲା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବି ବର୍ଷା ହେବ ।

କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡ଼ା ଓ ପୁରୀରେ ପ୍ରବଳ ବର୍ଷାର ଅନୁମାନ କରିଛି ପାଣିପାଗ କେନ୍ଦ୍ର। ସେହିପରି ଆସନ୍ତା ୧୧ କିମ୍ବା ୧୨ ତାରିଖରେ ଓଡ଼ିଶା ଛୁୁଇଁପାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାପାଳମାନଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଯେକୌଣସି ପରିସ୍ଥିତିର ମୁକାବିଲା କରିବାକୁ ପ୍ରସ୍ତୁତ ରହିବା ପାଇଁ ଜାରି ହୋଇଛି ଆଡଭାଇଜରୀ । ସମୁଦ୍ରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.