ଲଘୁଚାପ ପ୍ରଭାବରେ ଆଜି ବି ବର୍ଷିବ, ରାଜ୍ୟର ୫ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଚାଲିଛି ବର୍ଷା। କିଛି ସ୍ଥାନରେ ବର୍ଷା ଛାଡିଥିଲେ ବି ମେଘୁଆ ପାଗ ରହିଛି । ଅନ୍ଯପଟେ ଏହି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଲଘୁଚାପ ପ୍ରଭାବରେ ଆଜି ବି ବର୍ଷିବ । ୨୪ଘଣ୍ଟା ଭିତରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୫ଟି ଜିଲ୍ଲାକୁ ଅରେଞ୍ଜ ଓ ୧୫ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ୫ ଜିଲ୍ଲା ଗଞ୍ଜାମ, ବଲାଙ୍ଗିର, ସୋନପୁର, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ।

ସେହିପରି ୧୫ ଜିଲ୍ଲା କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ଅନୁଗୋଳ, କଟକ, ପୁରୀ, ନୟାଗଡ଼, ଢେଙ୍କାନାଳ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ସମ୍ବଲପୁର ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆହୁରି ୪ ଦିନ ବର୍ଷିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.