କାଲିଠୁ ବଢିବ ଶୀତ, ଗତ ୨୪ ଘଣ୍ଟାରେ କୋରାପୁଟର ସେମିଳିଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ରେକର୍ଡ

ଭୁବନେଶ୍ୱର(କେନ୍ୟୁଜ୍):କାଲିଠୁ ବଢିବ ଶୀତ। ଆଗାମୀ ୪ରୁ ୫ଦିନ ମଧ୍ୟରେ କମିବ ରାତ୍ରିର ତାପମାତ୍ରା। ରାତି ତାପମାତ୍ରା ଧୀରେ ଧୀରେ ୩ରୁ ୪ ଡିଗ୍ରୀ ଯାଏ ତଳକୁ କମିବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟାରେ କୋରାପୁଟର ସେମିଳିଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି। ବୌଦ୍ଧରେ ୧୩.୫ ଡିଗ୍ରୀ ଓ କୋରାପୁଟରେ ୧୩. ୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଫୁଲବାଣୀରେ ଘନ କୁହୁଡ଼ି ଦେଖାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.