Categories: ରାଜ୍ୟ

ଏମ୍ସରେ ହିଁ ଜାରି ରହୁ ଜଗା-ବଳିଆଙ୍କ ଚିକିତ୍ସା, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡାଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର (କେନ୍ୟୁଜ୍) : କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି । ଦିଲ୍ଲୀ ଏମ୍ସରେ ଯାଆଁଳା ଭାଇ ଜଗା-ବଳିଆଙ୍କୁ ଚିକିତ୍ସା ଜାରି ରଖିବା ପାଇଁ ସେ ଚିଠି ଲେଖିଛନ୍ତି । ମୁଖ୍ୟମନ୍ତ୍ରୀ ଚିଠିରେ ଲେଖିଛନ୍ତି, ଏମ୍ସରେ ଭଲ ଚିକିତ୍ସା ସୁବିଧା ଉପଲବ୍ଧ । ତେଣୁ ଦିଲ୍ଲୀ ଏମସରେ ଚିକିତ୍ସା ଜାରି ରହିଲେ ଦୁହିଁଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ସେମାନଙ୍କର ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତି ଦେଉଛନ୍ତି । ଘରେ ରହିବା ପାଇଁ ସଂପୂର୍ଣ୍ଣ ସୁସ୍ଥ ହେବା ଯାଏଁ ଜଗା-ବଳିଆଙ୍କୁ ଦିଲ୍ଲୀ ଏମସରେ ଚିକିତ୍ସା ଜାରି ରଖିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ । କନ୍ଧମାଳ ଜିଲ୍ଲା ମିଲୁପଡ଼ାର ଯାଆଁଳା ଭାଇ ଜଗା-ବଳିଆଙ୍କ ଗତ ବର୍ଷ ଦିଲ୍ଲୀ ଏମ୍ସରେ ବିରଳ ଅସ୍ତ୍ରୋପଚାର କରାଯାଇ ଯୋଡ଼ାମୁଣ୍ଡକୁ ଅଲଗା କରାଯାଇଥିଲା ।

ସେବେଠାରୁ ଦୁଇ ଭାଇ ଏମସରେ ଚିକିତ୍ସାଧୀନ ଅଛନ୍ତି । ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥାର ସମୀକ୍ଷା ପାଇଁ ନିୟମିତ ରାଜ୍ୟ ସରକାରଙ୍କ ପକ୍ଷରୁ ବିଶେଷଜ୍ଞ ଟିମ ଦିଲ୍ଲୀ ପଠାଯାଉଛି । ଦୁଇ ଭାଇ ଏଯାଏଁ ଘରୋଇ ସେବାଯତ୍ନରେ ରହିବା ପାଇଁ ଫିଟ୍ ହୋଇନାହାନ୍ତି । ଏନେଇ ରାଜ୍ୟ ସରକାରଙ୍କ ଅନୁରୋଧ ସତ୍ତ୍ୱେ ନ୍ୟୁରୋଲୋଜି ବିଭାଗ ପକ୍ଷରୁ ଜଗା-ବଳିଆଙ୍କୁ ଦିଲ୍ଲୀ ଏମସରୁ ଡିସଚାର୍ଜ କରିବା ପାଇଁ ଚାପ ପକାଯାଉଛି । ତେଣୁ ଦୁଇ ଭାଇ ସଂପୂର୍ଣ୍ଣ ଫିଟ୍ ହେବା ଯାଏ ଏମସରେ ସେମାନଙ୍କ ଚିକିତ୍ସା ଜାରି ରଖିବାକୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଲେଖିଥିବା ଚିଠିରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ।

KNews Bureau

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

1 hour ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

4 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

4 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

5 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

7 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

7 hours ago