Below header

ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ

ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଗତକାଲି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ନିମନ୍ତ୍ରଣ ଦିଆଯାଇଛି। ଆଜି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ନିମନ୍ତ୍ରଣ ପାଇଁ ଯାତ୍ରା ଆରମ୍ଭ କରିଛି ଟିମ୍।

ପୁରୀ(କେନ୍ୟୁଜ୍) : ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଗତକାଲି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ନିମନ୍ତ୍ରଣ ଦିଆଯାଇଛି। ଆଜି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ନିମନ୍ତ୍ରଣ ପାଇଁ ଯାତ୍ରା ଆରମ୍ଭ କରିଛି ଟିମ୍। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପରିଚାଳନା କମିଟି ସଦସ୍ୟ ମାନେ ମଧ୍ୟପ୍ରଦେଶର ଉଜ୍ଜୟନି ଯାତ୍ରା କରି ଜଗତଗୁରୁ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ନିମନ୍ତ୍ରଣ ପତ୍ର ଦେବେ।

ସେଠାରେ ଜଗତଗୁରୁଙ୍କ ସହ ଵିସ୍ତୁତ ଭାବେ ପରିକ୍ରମା ପ୍ରକଳ୍ପର ଯଜ୍ଞ ଓ ହୋମ ଆଦି ବିଧିବିଧାନ ସମ୍ପର୍କରେ ଆଲୋଚନା କରାଯିବ। ଶ୍ରୀମନ୍ଦିର ପ୍ରଶାସନର ନିମନ୍ତ୍ରଣ ପତ୍ର ଗ୍ରହଣ କରି ଲୋକାର୍ପଣ କାର୍ଯ୍ୟକ୍ରମରେ ଶଙ୍କରାଚାର୍ଯ୍ୟ ଯୋଗଦେବେ ବୋଲି ଆଶା ରଖିଛି ପରିଚାଳନା କମିଟି। ପରେ ଭାରତବର୍ଷର ୪ଧାମ, ୧୨ଜ୍ୟୋତିର୍ଲିଙ୍ଗ ଓ ବିଭିନ୍ନ ଶୈବପୀଠ ଏବଂ ଶ୍ରୀଜଗନ୍ନାଥ ମନ୍ଦିର ସହ ବିଭିନ୍ନ ମନ୍ଦିରର ମୁଖ୍ୟ ପୂଜକଙ୍କୁ ନିମନ୍ତ୍ରଣ ପାଇଁ ସେବାୟତ ମାନେ ଯାତ୍ରା କରିବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.