ରଥ ଉପରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ଭକ୍ତ ବ୍ୟାକୁଳ, ରତ୍ନବେଦି ଛାଡ଼ି ଗୋଟି ପହଣ୍ଡିରେ ଆସି ରଥାରୂଢ ହେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି

ପୁରୀ(କେନ୍ୟୁଜ୍) : ଭକ୍ତିମୟ ପରିବେଶରେ ବଡ଼ ଦାଣ୍ଡକୁ ଅବତରଣ କରୁଛନ୍ତି ଚତୁର୍ଦ୍ଧା ବିଗ୍ରହ। ରଥ ଉପରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ଭକ୍ତ ବ୍ୟାକୁଳ । ନିର୍ଦ୍ଧାରିତ ସମୟର ୩ ଘଣ୍ଟା ପୂର୍ବରୁ ନୀତିକାନ୍ତି ଆଗେଇ ଚାଲିଛି। ପ୍ରଥମେ ଚକ୍ରରାଜ ଶ୍ରୀସୁଦର୍ଶନ ରଥାରୂଢ ହୋଇଥିଲେ। ଗୋଟି ପହଣ୍ଡିରେ ଆସି ଶ୍ରୀ ସୁଦର୍ଶନ ରଥାରୂଢ଼ ହୋଇଥିଲେ। ତାଙ୍କ ପରେ ପରେ ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା। ସେ ବି ରଥାରୂଢ଼ ହୋଇସାରିଛନ୍ତି। ଦେବୀ ସୁଭଦ୍ରଙ୍କ ପହଣ୍ଡି ଶେଷ ହୋଇସାରିଥିବା ବେଳେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପହଣ୍ଡି ଚାଲିଛି।

ସୂଚନା ଥାଉକି, ଆଜି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି। ବିଶ୍ୱ ପ୍ରସିଦ୍ଧ ଘୋଷ ଯାତ୍ରା ଲାଗି ଚଳଚଞ୍ଚଳ ପୁରୀ। ଏଥର କରୋନା କଟକଣା ହଟିଥିବାରୁ ପୁଣି ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ଅସଂଖ୍ଯ ଭିଡ। ରତ୍ନବେଦି ଛାଡ଼ି ଜନ୍ମବେଦିକୁ ଯାତ୍ରା କରିବେ ଚତୁର୍ଦ୍ଧା ବିଗ୍ରହ। ଜନ୍ମବେଦିକୁ ନବଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ତିନି ଠାକୁର।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.