ବିକ୍ରମଦେବ କଲେଜକୁ ବିଶ୍ଵବିଦ୍ୟାଳୟ ମାନ୍ୟତା: ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ

କେନ୍ୟୁଜ୍(ବ୍ୟୁରୋ): ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ଵବିଦ୍ୟାଳୟ ମାନ୍ୟତା। ଏ ସଂକ୍ରାନ୍ତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା ଛାତ୍ରଛାତ୍ରୀଙ୍କର ବହୁ ଦିନର ଦାବି ଆଜି ପୂରଣ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି । ବିକ୍ରମ ଦେବ ମହାବିଦ୍ୟାଳୟ ଅବିଭକ୍ତ କୋରାପୁଟ ଜିଲ୍ଲାର ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଆସିଛି । ଚଳିତ ବର୍ଷ ଏହି ମହାବିଦ୍ୟାଳୟ ନିଜର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି ।

ବିକ୍ରମଦେବ ମହାବିଦ୍ୟାଳୟ ୧୯୪୭ ମସିହାରେ ସ୍ଥାପିତ ହୋଇଥିଲା । ଏହି ମହାବିଦ୍ୟାଳୟରେ ଏବେ ୧୬ଟି Post Graduate programme, ୧୭ଟି Under Graduate programme ସହିତ BBA, BCA ଓ B.ED ପାଠ୍ୟକ୍ରମ ଜାରି ରହିଛି । ବର୍ତ୍ତମାନ ୪ ହଜାର ଛାତ୍ରଛାତ୍ରୀ ଏଠାରେ ଅଧ୍ୟୟନ କରୁଛନ୍ତି । ଅବିଭକ୍ତ କୋରାପୁଟ ଜିଲ୍ଲାର ସମସ୍ତ କଲେଜ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ହୋଇଛି । ବର୍ତ୍ତମାନ ଏହି ନୂଆ ବିଶ୍ୱବିଦ୍ୟାଳୟ ହେବା ଦ୍ୱାରା କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ହାଜର ହଜାର ଛାତ୍ରଛାତ୍ରୀ ଉପକୃତ ହେବେ । ଦକ୍ଷିଣ ଓଡ଼ିଶାରେ ଉଚ୍ଚ ଶିକ୍ଷାକ୍ଷେତ୍ରରେ ଏହା ଏକ milestone ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି । ଆସନ୍ତାକାଲି ବିକ୍ରମଦେବ ମହାବିଦ୍ୟାଳୟର ପ୍ଲାଟିନମ ଜୁବୁଲି ସମାରୋହରେ ମୁଖ୍ୟମନ୍ତ୍ରୀ ଯୋଗଦେବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.