ଯାଜପୁର: ଟ୍ରକ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ

ଯାଜପୁର ଟାଉନ (କେନ୍ୟୁଜ): ଯାଜପୁର ସଦର ଥାନା ଅନ୍ତର୍ଗତ ବେରୁଦା ପଞ୍ଚାୟତର ଜହଳ ନିକଟରେ ଟ୍ରକ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ । ମୃତକ ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ବିପିନ ବିହାରୀ ନାୟକ । ସେ ଆଜି ଏକ ସାଇକଲେ ଯୋଗେ ଗାଁ ମୁଣ୍ଡକୁ ଯାଉଥିବା ସମୟରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ପଂଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ବିପିନ ଜଣେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ।

ଖବର ପାଇ ସଦରଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ କୁ ଜବତ କରିବା ସହିତ ଦୁର୍ଘଟଣା ଘଟାଇଥିବା ଗାଡିକୁ ଜବତ କରିଛି । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକ ପ୍ରକାଶ ପାଇଛି । ପୋଲିସ ଏହାର ଅଧିକ ତଦନ୍ତ ଜାରି ରଖିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.