ରାଜ୍ୟ

ଯାଜପୁର: ହାଥରସରେ ରାହୁଲ ଗାନ୍ଧୀଙ୍କୁ ୟୁପି ପୋଲିସ ଠେଲାପେଲା ଓ ଅଟକ ଘଟଣାରେ କଂଗ୍ରେସର ପ୍ରତିବାଦ ଓ କୁଶପୁତଳିକା ଦାହ

ଯାଜପୁର ଟାଉନ(କେନ୍ୟୁଜ୍): ହାଥରସରେ ଗଣଦୁଷ୍କର୍ମ ପୀଡ଼ିତାଙ୍କୁ ସମବେଦନା ଜଣାଇବା ପାଇଁ ରାହୁଲ ଗାନ୍ଧୀ ଯାଉଥବା ସମୟରେ ୟୁପି ପୋଲିସ  ଠେଲାପେଲା ଓ ଅଟକ ପ୍ରତିବାଦରେ ଯାଜପୁର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ ଓ କୁଶପୁତଳିକା ଦାହ। ଯାଜପୁର ବିଧାନସଭା ପ୍ରାର୍ଥୀ ସନ୍ତୋଷ କୁମାର ନନ୍ଦଙ୍କ ନେତୃତ୍ୱରେ ବହୁ ସଂଖ୍ୟକ କଂଗ୍ରେସ କର୍ମୀ ଆଜି ଗାନ୍ଧୀ ଜୟନ୍ତୀ ଅବସରରେ ଗାନ୍ଧି ପ୍ରତିମୂର୍ତି ନିକଟରେ ପ୍ରତିବାଦ କରିଥିଲେ ।

ପରେ ଏକ ପ୍ରତିବାଦ ଯାତ୍ରାରେ ଆସି ଡିଆରଡିଏ ଅଫିସ ସମ୍ମୁଖରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୁଶପୁତଳିକା ଦାହ କରିଛନ୍ତି । ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ କାର୍ଯ୍ୟକାରୀ ସଭାପତି ବିଷ୍ଣୁ ଚରଣ ରାଉତ, ପୂର୍ବତନ ସାଂସଦ ଅଂଚଳ ଦାସ, ପଦ୍ମାକର ଗୁରୁ, ବଳଭଦ୍ର ଦାସ, ଯୁବ କଂଗ୍ରେସ ସଭାପତି ସନ୍ତୋଷ ବେହେରା, ବିଭୁତି ମହାପାତ୍ର, ହୃଷିକେଶ ପତି ପ୍ରମୁଖ ଉପସ୍ଥିତ ରହି କେନ୍ଦ୍ର ସରକାରଙ୍କୁ ତିବ୍ର ନିନ୍ଦା କରିଥିଲେ ।

KNews Bureau

Recent Posts

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

5 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

22 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

55 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

57 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 hour ago