Below header

ବାତ୍ୟା ଅମ୍ଫାନ୍‌ର ମୁକାବିଲା ପାଇଁ ପୂରା ସଜାଗ ଯାଜପୁର ଜିଲ୍ଲା ପ୍ରଶାସନ

ଯାଜପୁର ଟାଉନ: ଆସୁଛି ସାମୁଦ୍ରିକ ଝଡ ଅମ୍ପାନ । ଏଥିପାଇଁ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ବିଶେଷ କରି ଜିଲାରେ ବର୍ଷା ସାଂଗକୁ ପବନ ବହିବାର ସମ୍ଭାବନା ରହିଥିବାରୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ବିଭିନ୍ନ ଲାଇନ ବିଭାଗକୁ ନେଇ ଆଗୁଆ ପ୍ରସ୍ତୁତି ବୈଠକ କରାଯାଇଛି । ତଳିଅଂଚଳ ଗୁଡିକ ପାଇଁ ବିଶେଷ ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି । ଜିଲାର ବରିଷ୍ଠ ଅଧିକାରୀ ମାନେ ବିଭିନ୍ନ ବ୍ଲକ ଗସ୍ତ କରି ପରିସ୍ଥିତିର ସମୀକ୍ଷା କରିଛନ୍ତି ।
ବାତ୍ୟା ପରବର୍ତ୍ତୀ ଅବସ୍ଥାରେ ଯେପରି ଗଛ ଓ ଖୁଣ୍ଟ ଉପୁଡ଼ି ରାସ୍ତା ଜାମ ନ ହୁଏ ସେଥିପ୍ରତି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଜିଲାର ବିଭିନ୍ନ ସ୍ଥାନରେ ଥିବା ବାତ୍ୟା ଆଶ୍ରୟ ସ୍ଥଳୀ ଗୁଡିକୁ ପ୍ରସ୍ତୁତ କରି ରଖାଯାଇଛି । ଆବଶ୍ୟକ ହେଲେ ଲୋକଙ୍କୁ ସେହି ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯିବ । ଯାଜପୁର ଜିଲାରେ ଓଡରାଫ,ଏନଡିଆରଏଫ୍ ଏବଂ ଅଗ୍ନିଶମ ବାହିନୀକୁ ସଜାଗ ରଖାଯାଇଛି ।

JAJPUR-2ବିଂଝାରପୁର ବ୍ଲକ ପ୍ରଶାସନ ପକ୍ଷରୁ ମଧ୍ୟ ବାତ୍ୟାକୁ ମୁକାବିଲା କରିବାକୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ କରିଛି । ସ୍ଥାନୀୟ ବିଧାୟିକା ପ୍ରମିଳା ମଲ୍ଲିକ ବ୍ଲକ ପ୍ରଶାସନିକ ଅଧିକାରୀମାନଙ୍କ ସହିତ ଆଲୋଚନା କରି ସମ୍ଭାବ୍ୟ ବାତ୍ୟାର ମୁକାବିଲା କରିବା ସଂପର୍କରେ ଆଲୋଚନା କରିଥିଲେ । ବ୍ଲକରେ ପର‌୍ୟ୍ୟାପ୍ତ ପରିମାଣର ଶୁଖିଲା ଖାଦ୍ୟ ଓ ଗୋଖାଦ୍ୟ ରଖିବାକୁ ପରାମର୍ଶ ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.